ଆଜି ରାଜ୍ୟରେ ସର୍ବାଧିକ ୩୩୭୧ କରୋନା ପଜିଟିଭ ଚିହ୍ନଟ

ଦେଶ-ବିଦେଶ

ଭୁବନେଶ୍ୱର: ପୁଣି ରାଜ୍ୟରେ କରୋନା ସଂକ୍ରମଣରେ ନୂଆ ରେକର୍ଡ। ଗତ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।  ୩୦ଟି ଜିଲ୍ଲାରୁ ୩୩୭୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ୩୩୭୧ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୨୦୫୩ଜଣ କ୍ୱାରେଣ୍ଟାଇନ୍‌ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୩୧୮ଟି ମାମଲା ରହିଛି। ଏଯାବତ୍  ଗୋଟିଏ ଦିନରେ ଏତେ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ ହୋଇ ନଥିଲେ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୪୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Leave a Reply

Your email address will not be published. Required fields are marked *